ଭୁବନେଶ୍ବର ୧୩।୧: ଭୁବନେଶ୍ୱର ମହାନିଗର ନିଗମ ଅଫିସ୍‌(ବିଏମ୍‌ସି)ରେ କରୋନା ଆତଙ୍କ । ଗୋଟିଏ ଦିନରେ ଚିହ୍ନଟ ୨୨ ଜଣ କର୍ମଚାରୀ କୋଭିଡ୍ ସଂକ୍ରମିତ ହୋଇଛନ୍ତି । ବୁଧବାର ହୋଇଥିବା ଟେଷ୍ଟିଂରୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତେବେ ସଂକ୍ରମିତ ଚିହ୍ନଟ ହେବା ପରେ ବିଏମସି କାର୍ଯ୍ୟାଳୟରେ ସର୍ବସାଧାରଣଙ୍କ ପ୍ରବେଶ ଉପରେ କଟକଣା ଲଗାଯାଇଛି । କାର୍ଯ୍ୟାଳୟର ଅନ୍ୟ କର୍ମଚାରୀଙ୍କର ଟେଷ୍ଟିଂ କରାଯିବା । ବିଏମ୍‌ସି କାର୍ଯ୍ୟାଳୟକୁ ସର୍ବସାଧାରଣଙ୍କ ପ୍ରବେଶ ଉପରେ କଟକଣା ଲଗାଯାଇଛି । ସମ୍ପୂଣ୍ଣ ଅଞ୍ଚଳକୁ ସାନିଟାଇଜ କରାଯାଇଛି ।

ସୂଚନାଯୋଗ୍ୟ ଯେ, ଅନ୍ୟପଟେ ଖୋର୍ଦ୍ଧା ଜିଲ୍ଲାରେ ଦୈନିକ ସଂକ୍ରମଣ ରେକର୍ଡ ଭାଙ୍ଗୁଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୧୦୧୬୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୪୩୪୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୮୭୩୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୬୪୦୩୬୬୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।