ଭୁବନେଶ୍ୱର : ରାଜ୍ୟରେ କ୍ଷିପ୍ର ଗତିରେ ମାଡ଼ିଲାଣି କରୋନା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୪୫ କରୋନା ପଜିଟିଭ୍ ଚିହ୍ନଟ । ଏମାନଙ୍କ ମଧ୍ୟରୁ ୧୪୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୦୨ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୪୧ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୧୮ଟି ଜିଲ୍ଲାରୁ ୨୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୧୨ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୯୦୭୮୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୪୯୦ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୮୦୧୧୪ ଜଣ ସୁସ୍ଥ ହୋଇଛନ୍ତି ।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୩ ଜଣ, ଭଦ୍ରକରୁ ୨ ଜଣ, ବଲାଙ୍ଗୀରରୁ ୧ ଜଣ, କଟକରୁ ୩୮ ଜଣ, ଜଗତସିଂହପୁରରୁ ୧ ଜଣ, ଯାଜପୁରରୁ ୪ ଜଣ, ଝାରସୁଗୁଡ଼ାରୁ ୪ ଜଣ, କଳାହାଣ୍ଡିରୁ ୧ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୩୫, ମାଲକାନଗିରିରୁ ୧ ଜଣ, ମୟୂରଭଞ୍ଜରୁ ୭ ଜଣ, ନୟାଗଡ଼ ଜିଲ୍ଲାରୁ ୨ ଜଣ, ପୁରୀରୁ ୨ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ବଲପୁରରୁ ୩ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୯ ଜଣ ଓ ଷ୍ଟେଟପୁଲରୁ ୨୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।