ଭୁବନେଶ୍ୱର: ରାଜ୍ୟରେ ପୁଣି ଉପମୁହାଁ କରୋନା ସଂକ୍ରମଣ | ପୁଣି ଥରେ ତିନି ଶହ ପାର କରିଛି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୩୩୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛି । ଏମାନଙ୍କ ମଧ୍ୟରୁ ୧୯୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୩୯ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୫୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି ।

ଆଜିର କରୋନା ଆକ୍ରାନ୍ତଙ୍କ ମଧ୍ୟରେ ୧୨ ଲକ୍ଷ ୯୧ ହଜାର ୧୧୭କୁ ବୃଦ୍ଧି ପାଇଛି । ସେହିପରି ଦେଶରେ ୧୩ ହଜାର ୮୬ ପଜିଟିଭ ଚିହ୍ନଟ । ଗତକାଲି ଏହି ସଂଖ୍ୟା ୧୬ ହଜାର ୧୩୫ ଥିଲେ । ଆଜି ଦେଶରେ ୧୯ ମୃତ ଚିହ୍ନଟ ହୋଇଛନ୍ତି । ଏହାପରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୨୫ ହଜାର ୨୪୨କୁ ବୃଦ୍ଧି ପାଇଛି ।

ତେବେ ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱରରୁ ୨, ଭଦ୍ରକରୁ ୨, ଜଗତସିଂହପୁରରୁ ୬, ଯାଜପୁରରୁ ୨, କଳାହାଣ୍ଡିରୁ ୩, ଖୋର୍ଦ୍ଧାରୁ ୧୮୭, କୋରାପୁଟରୁ ୩, ମୟୂରଭଂଜରୁ ୨, ନୟାଗଡରୁ ୨, ନୂଆପଡ଼ାରୁ ୪, ପୁରୀରୁ ୨, ରାୟଗଡ଼ାରୁ ୧, ସମ୍ବଲପୁରରୁ ୭, ସୁନ୍ଦରଗଡରୁ ୩, କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟପୁଲରୁ ୩୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।