ଭୁବନେଶ୍ୱର: ଆଜି ଅପରାହ୍ଣରେ ରାଜ୍ୟରେ କୋଭିଡ୍ ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟରେ କରୋନା ସଂକ୍ରମଣ ବଢି ଚାଲିଥିବା ବେଳେ ଆଜି ମୁଖ୍ୟମନ୍ତ୍ରୀ କରୋନା ସ୍ଥିତର ସମୀକ୍ଷା କରିବେ । ଆଜି ଅପରାହ୍ନ ସାଢ଼େ ୫ଟାରେ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା କରିବେ । ବୈଠକରେ ମୁଖ୍ୟ ଶାସନ ସଚିବ, ଉନ୍ନୟ କମିଶନର, ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ । ରାଜ୍ୟରେ ଏବେ ଖୋର୍ଦ୍ଧା, ସୁନ୍ଦରଗଡ଼, ସମ୍ବଲପୁର ସହ ପୁରୀ, ବାଲେଶ୍ୱର ଓ ଝାରସୁଗୁଡ଼ାରେ ସଂକ୍ରମଣ ବଢିବାରେ ଲାଗିଛି । ରାଜ୍ୟରେ ଦୈନିକ ସଂକ୍ରମଣ ୫ ହଜାର ମୁହାଁ ହେଲାଣି ।

ସଂକ୍ରମଣ ଉପରମୁହାଁ ହେଉଥିବା ବେଳେ ଆଜି ସ୍ଥିତି ବାବଦରେ ସ୍ୱାସ୍ଥ୍ୟ ବିଭାଗ ଅଧିକାରୀ ମୁଖ୍ୟମନ୍ତ୍ରୀଙ୍କୁ ଅପଡେଟ୍ କରାଇବେ । ଗତ ୪ ତାରିଖରେ ରାଜ୍ୟରେ କୋଭିଡ୍ ସ୍ଥିତି ସମୀକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ । ୧୦ ଦିନ ଭିତରେ ସବୁ ସରକାରୀ ଓ ବେସରକାରୀ କୋଭିଡ୍ ହସ୍ପିଟାଲକୁ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦେଇଥିଲେ । ଦ୍ୱିତୀୟ ଲହର ମୁକାବିଲା ବେଳେ ଯେତିକି ବେଡ୍ ଓ ଆଇସିୟୁ ବ୍ୟବସ୍ଥା ହୋଇଥିବା ସେତିକି ବ୍ୟବସ୍ଥା ପ୍ରସ୍ତୁତ ରଖିବାକୁ କହିଥିଲେ ମୁଖ୍ୟମନ୍ତ୍ରୀ । ସେହିପିର ଲୋକଙ୍କ ଜୀବିକା ଉପରେ ପ୍ରଭାବ ନପକାଇବା ଭଳି କଟକଣା ଜାରି କରିବାକୁ ପରାମର୍ଶ ଦେଇଥିଲେ ।

Leave a Reply

Your email address will not be published. Required fields are marked *