ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୩୦ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୯୨ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୩୬ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି।

୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧୧, ବରଗଡ଼ରୁ ୬, ଭଦ୍ରକରୁ ୧, ବଲାଙ୍ଗୀର ଜିଲ୍ଲାରୁ ୩, କଟକରୁ ୨୩ ଜଣ, ଦେବଗଡ଼ରୁ ୨, ଢେଙ୍କାନାଳରୁ ୧, ଗଜପତିରୁ ୫, ଗଞ୍ଜାମରୁ ୩, ଜଗତସିଂହପୁରରୁ ୫ ଜଣ, ଯାଜପୁରରୁ ୫ ଜଣ, ଝାରସୁଗୁଡ଼ାରୁ ୧, କଳାହାଣ୍ଡିରୁ ୮, କନ୍ଧମାଳରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୫, କେନ୍ଦୁଝରରୁ ୫, ଖୋର୍ଦ୍ଧା ଜିଲ୍ଲାରୁ ୫୧, ମୟୂରଭଞ୍ଜରୁ ୫ ଜଣ, ନବରଙ୍ଗପୁରରୁ ୩, ନୟାଗଡ଼ ଜିଲ୍ଲାରୁ ୬ ଜଣ, ନୂଆପଡ଼ାରୁ ୨, ପୁରୀରୁ ୧୨ ଜଣ, ସମ୍ବଲପୁରରୁ ୧୩ ଜଣ, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୨୯ ଜଣ ଓ ଷ୍ଟେଟପୁଲରୁ ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୩୨, ୯୫୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩, ୨୨, ୨୯୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୪୧୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।