ଭୁବନେଶ୍ୱର : ବିଧାନସଭା ଶୀତ ଅଧିବେଶନର ତୃତୀୟ ଦିନରେ ବି ଗୃହ କାର୍ଯ୍ୟ ବାଧାପ୍ରାପ୍ତ । ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଗୃହକୁ ମୁଲତବୀ ଘୋଷଣା କଲେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର । ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ଲଗାତାର କଂଗ୍ରେସ ଓ ବିଜେପି ସଦସ୍ୟ ହଟଗୋଳ କରିଥିଲେ । ଏହାଫଳରେ, ୪ଟା ଯାଏଁ ବିଧାନସଭାକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି । ପ୍ଲାକାଡ଼ ଧରି ଗୃହ ମଧ୍ୟ ଭାଗରେ କଂଗ୍ରେସ ଓ ବିଜେପି ସଦସ୍ୟଙ୍କ ହଟ୍ଟଗୋଳ ।

ମମିତା ମେହେର ମାମଲାକୁ ନେଇ ଆଜି ବିଧାନସଭାରେ ବିଜେପି ପ୍ରତିବାଦ କରିଛି । ବିଧାନସଭା ଶୀତ ଅଧିବେଶନର ତୃତୀୟ ଦିନରେ ବି ଗୃହ କାର୍ଯ୍ୟ ବାଧାପ୍ରାପ୍ତ । ପବିତ୍ର ଗୃହକୁ, ଗୃହ ରାଷ୍ଟମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ପ୍ରବେଶ କରିଥିବାରୁ ଗୃହ ଅପବିତ୍ର ହୋଇଯାଇଥିବା କହିଛି ବିଜେପି । ତେଣୁ ଗୃହକୁ ପବିତ୍ର କରିବା ପାଇଁ ବିଜେପି ବିଧାୟକମାନେ ବିଧାନସଭା ପରେ ଗଙ୍ଗା ଜଳ ଏବଂ ଗୋବର ପାଣି ସିଞ୍ଚନ କରି ଅଭିନବ ପ୍ରତିବାଦ ଜଣାଇଛନ୍ତି ।

Leave a Reply

Your email address will not be published. Required fields are marked *