ଭୁବନେଶ୍ୱର : ଆଜି ପ୍ରକାଶ ପାଇଲା ଯୁକ୍ତ ଦୁଇ ଅଫଲାଇନ୍ ପରୀକ୍ଷା ଫଳ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଆଜି ଦିନ ୧୧ଟାରେ ପରୀକ୍ଷା ଫଳ ପ୍ରକାଶ ପାଇଛି | ୧୨,୩୨୧ ଜଣ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେଇଥିବାବେଳେ ସେଭିତରୁ ୮୪୬୦ ଜଣ ଛାତ୍ରଛାତ୍ରୀ ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି । ପାସ୍ ହାର ୬୮.୬୬ ପ୍ରତିଶତ ରହିଛି । ତେବେ ଏହି ପରୀକ୍ଷାରେ ଛାତ୍ରଙ୍କ ତୁଳନାରେ ଛାତ୍ରୀମାନଙ୍କର ପ୍ରଦର୍ଶନ ଭଲ ରହିଛି ।

ଯୁକ୍ତ ଦୁଇ ଅଫଲାଇନ୍ ପରୀକ୍ଷା ଅକ୍ଟୋବର ୧ରୁ ଆରମ୍ଭ ହୋଇ ୧୧ତାରିଖରେ ସରିଥିଲା । ଯୁକ୍ତ ଦୁଇ ଅଫଲାଇନ୍ ପରୀକ୍ଷା ମୋଟ ୧୨,୩୨୧ ଜଣ ଛାତ୍ରଛାତ୍ରୀ ଦେଇଥିଲେ । ସେ ଭିତରୁ ୮୪୬୦ ଜଣ ଛାତ୍ରଛାତ୍ରୀ ପରୀକ୍ଷାରେ ପାସ୍ କରିଛନ୍ତି । କଳାରେ ୬୩୧୦ ଜଣ ଛାତ୍ରଛାତ୍ରୀ ପାସ କରିଥିବାବେଳେ ବିଜ୍ଞାନରେ ୧୫୦୧, ବାଣିଜ୍ୟରେ ୪୨୨ ଏବଂ ଧନ୍ଦାମୂଳକ ଶିକ୍ଷାରେ ୨୨୭ ଜଣ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ପରୀକ୍ଷାରେ ଛାତ୍ରମାନଙ୍କ ପାସହାର ୬୨.୭ ପ୍ରତିଶତ ରହିଥିବାବେଳେ ଛାତ୍ରୀମାନଙ୍କର ପାସହାର ୬୭.୭୬ ପ୍ରତିଶତ ରହିଛି ।